![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଆଗାମୀ ୩ ଦିନ ସକାଳ ସମୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।