
ଭୁବନେଶ୍ୱର– ଆଗାମୀ ୨ ଦିନ ପାଇଁ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ ।
ସେହିପରି ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତା ୧୬ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।