![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର- ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ସ୍ପଷ୍ଟ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏ ନେଇ ବଜେଟରେ ପ୍ରାବଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।
ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇଥିବାବେଳେ ଦୁଇଟି ଶ୍ରେଣୀ ବାଦ ପଡ଼ିଯାଉଥିଲେ । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତି ନେଇଛନ୍ତି । ରାଜ୍ୟ ସରକାର ଏହାର ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।