
-
୧୯ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ସମ୍ଭାବନା
-
ଆଗାମୀ ତିନି ଦିନ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ
-
ଏହାର ପରବର୍ତୀ ୪ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର– ଆଗାମୀ ୧୯ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନଥିବା ବେଳେ୧୯ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର ଏବଂ ଯାଜପୁର ।
ସେହିପରି ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ।
ଆଗାମୀ ତିନି ଦିନ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାର ପରବର୍ତୀ ୪ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।