
ଭୁବନେଶ୍ୱର– ବଜେଟ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ରାଜଭବନଠାରେ ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟିଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ କପି ପ୍ରଦାନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ବଜେଟ୍ କପି ଗ୍ରହଣ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।