
ଭୁବନେଶ୍ୱର– ଆଗାମୀ ୨୪ ଘଂଟା ପର୍ଯ୍ୟନ୍ତ କୌଣସି ଚେତାବନୀ ନଥିବା ବେଳେ୧୯ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିସହ ଆଗାମୀ ୭ ଦିନ କେତେକ ସ୍ଥାନରେ ବର୍ଷା ଓ ଥଣ୍ଡାପାଗ ଅନୁଭୂତ ହେବାର ସମ୍ଭାବନା ରହିଛି ।
୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର ଏବଂ ଯାଜପୁର ।
୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ ଏବଂ ସୁନ୍ଦରଗଡ଼ ।
ସେହିପରି ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର ଏବଂ କେନ୍ଦୁଝର ।
ସେହିପରି ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।