
ଭୁବନେଶ୍ୱର– ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ +୨ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା । ଛାତ୍ରଛାତ୍ରୀମାନେ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ । ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।