
ଭୁବନେଶ୍ୱର– ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀ (ବିଜ୍ଞାନ ବିଭାଗ)ଙ୍କୁ ମୋର ଶୁଭେଚ୍ଛା। ଛାତ୍ରଛାତ୍ରୀମାନେ ଚାପମୁକ୍ତ ହୋଇ ଦୃଢ଼ ଆତ୍ମବିଶ୍ୱାସ ରଖି ପରୀକ୍ଷା ଦିଅନ୍ତୁ। ସମସ୍ତ ଛାତ୍ରଛାତ୍ରୀଙ୍କ ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।