
ଭୁବନେଶ୍ୱର– ୨୦ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଆସନ୍ତା ୨୪ ଘଂଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କୋହଲା ପାଗ ନେଇ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର, କଟକ, ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ଏବଂ ଖୋର୍ଦ୍ଧା, ପୁରୀ, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ଏବଂ ବରଗଡ଼, ବୌଦ୍ଧ, ଗଜପତି, ଗଞ୍ଜାମ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ସୋନପୁର ଆଦି ଜିଲ୍ଳାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କୋହଲା ପାଗ ରହିବ । କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ସେହିପରି କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ବରଗଡ଼, ବୌଦ୍ଧ, କଟକ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ପୁରୀ, ରାୟଗଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର ଏବଂ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର କୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ହୋଇପାରେ । ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କୋହଲା ପାଗ ରହିବ । ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଏବଂ ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ସ୍ଥାନରେ, ଖୋର୍ଦ୍ଧା, ପୁରୀ, କେନ୍ଦୁଝରଗଡ଼, ଢ଼େଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ଏବଂ ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କୋହଲା ପାଗ ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ସେସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ସେହିପରି ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ହୋଇପାରେ । ଏହି ସମୟରେ ସେସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।