
ଭୁବନେଶ୍ୱର– ଆଗାମୀ ତିନି ଦିନ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ କୋହଲା ପାଗ ଅନୁଭୂତ ହେବ । ତେବେ ଫେବୃଆରୀ ୨୫ ତାରିଖ ସକାଳ ଠାରୁ ମାର୍ଚ୍ଚ ୧ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେହିପରି ଆଗାମୀ ତିନି ଦିନ ମଧ୍ୟରେ କେତେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ସେହିପରି ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଦୁଇ ଜିଲ୍ଲା ଗଞ୍ଜାମ, ଗଜପତି । ଏଠାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୨ ଜିଲ୍ଲା ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୨୫ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।