ଭୁବନେଶ୍ୱର- ଗଞ୍ଜାମ ଜିଲ୍ଲାର ତପ୍ତପାଣି ଘାଟି ନିକଟରେ ବୁଧବାର ସକାଳେ ଏକ ଘରୋଇ ଯାତ୍ରୀବାହୀ ବସ୍ “ସାଇଶ୍ରୀ” ଦୁର୍ଘଟଣା ହେବା ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆହତଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିବା ସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ବର୍ଗକୁ ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମ ଜରିଆରେ ସମବେଦନା ଜଣାଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଯାତ୍ରୀଙ୍କ ମୃତ୍ୟୁ ହେବା ଖବର ଶୁଣି ମୁଁ ମର୍ମାହତ । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି । ଏହି ଦୁଃଖଦ ଘଡିରେ ଭଗବାନ ଧୈର୍ଯ୍ୟ ଧରିବାକୁ ସାହସ ଦିଅନ୍ତୁ ବୋଲି ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ।