
ନୂଆଦିଲ୍ଲୀ– ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ରେୱନ୍ତ ରେଡ୍ଡୀ ବୁଧବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ କରିଛନ୍ତି ଏବଂ ରାଜ୍ୟ ସହିତ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଉଭୟ ନେତାଙ୍କ ସାକ୍ଷାତର ଫଟୋ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସେୟାର କରି ଲେଖିଛନ୍ତି ଯେ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ରେୱନ୍ତ ରେଡ୍ଡୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ।