
ଭୁବନେଶ୍ୱର– କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲିଙ୍ଗରାଜ ମନ୍ଦିର ଜାଗର ଯାତ୍ରା ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆହତ ସେବାୟତମାନଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ବୁଝିଲି। ସମସ୍ତ ଆହତ ସେବାୟତଙ୍କ ଉତ୍ତମ ଚିକିତ୍ସାକୁ ପ୍ରାଥମିକତା ଦେଇ ପଦକ୍ଷେପ ନିଆଯାଉଛି। ମହାପ୍ରଭୁଙ୍କ ନିକଟରେ ଆହତ ସେବାୟତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି।