
ଭୁବନେଶ୍ୱର– ଅନ୍ତର୍ଜାତୀୟ ମହିଳା ଦିବସ – ୨୦୨୫ ଉପଲକ୍ଷେ ଆସନ୍ତାକାଲି ଅପରାହ୍ନ ୪ ଟା ସମୟରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରେ ଯୁବ ସମ୍ମିଳନୀଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।