
ଭୁବନେଶ୍ୱର– ବିଶ୍ଵ ବନ୍ୟପ୍ରାଣୀ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏକ୍ସ ହ୍ୟାଣ୍ଡେଲରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ଵ ବନ୍ୟପ୍ରାଣୀ ଦିବସ ଅବସରରେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା। ବନ୍ୟପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ଏହି ଦିବସର ମୂଳ ଉଦ୍ଦେଶ୍ୟ। ଆସନ୍ତୁ ଏହି ଅବସରରେ ଆମେ ନିଜେ ସଚେତନ ହେବା ସହ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ବ୍ୟାପକ ଜନସଚେତନତା ସୃଷ୍ଟି ନିମନ୍ତେ ପ୍ରୟାସ ଜାରି ରଖିବା।