
ଭୁବନେଶ୍ୱର– ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ରାଜନେତା, ସମାଜସେବୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ସହ ଦେଶର ସ୍ୱାଧୀନତା ତଥା ଲୋକଙ୍କ ସେବା କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ।