
ଭୁବନେଶ୍ୱର– ଆଜି ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତର ଥିବା ହେତୁ ଆଜି ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।