
ଭୁବନେଶ୍ୱର- ୧୩ ତାରିଖ ଆଇସୋଲେଟେଡ୍ ହିଟ୍ ୱେଭ୍ ନେଇ ରାଜ୍ୟର ୯ଟି ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୪ ତାରିଖରେ ୧୦ ଜିଲ୍ଲା ଏବଂ ୧୫ ତାରିଖରେ ୯ ଜିଲ୍ଲା, ୧୬ ତାରିଖରେ ୬ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
୧୩ ତାରିଖ ଆଇସୋଲେଟେଡ୍ ହିଟ୍ ୱେଭ୍ ନେଇ ରାଜ୍ୟର ୯ଟି ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି ।
୧୪ ତାରିଖରେ ୧୦ ଜିଲ୍ଲାକୁ ଆଇସୋଲେଟେଡ୍ ହିଟ୍ ୱେଭ୍ ନେଇ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି ।
୧୫ ତାରିଖରେ ୯ ଜିଲ୍ଲାକୁ ଆଇସୋଲେଟେଡ୍ ହିଟ୍ ୱେଭ୍ ନେଇ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ।
ସେହିପରି୧୬ ତାରିଖ ପାଇଁ ୬ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।