
ଭୁବନେଶ୍ୱର, ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପ୍ରସିଦ୍ଧ କବି ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସୋସିଆଲ ମିଡିଆରେ ସେ ଲେଖିଛନ୍ତି, ପ୍ରସିଦ୍ଧ କବି ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଆଧୁନିକ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ରହିଛି ବହୁମୂଲ୍ୟ ଯୋଗଦାନ। ନିଜ ସ୍ୱତନ୍ତ୍ର ରଚନା ଶୈଳୀ ପାଇଁ ପାଠକଙ୍କ ହୃଦୟରେ ସେ ଚିର ଅମର ହୋଇ ରହିବେ। ଏପରି ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।