
ଭୁବନେଶ୍ୱର, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି l
ଏକ ଶୋକ ବାର୍ତାରେ ବାଚସ୍ପତି କହିଛନ୍ତିଯେ, ଜଣେ ଜନପ୍ରତିନିଧି ଓ ସାଂସଦ ଭାବେ ସେ ଅନେକ ଜନକଲ୍ୟାଣମୂଳକ କାର୍ଯ୍ୟ କରି ସାଧାରଣ ଲୋକଙ୍କ ଆସ୍ଥା ଭାଜନ ହୋଇ ପାରିଥିଲେ l ସେ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପାର୍ଲିଆମେଣ୍ଟାରିଆନ ଥିଲେ l ୧୯୯୯ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି l ରାଜ୍ୟର ବିକାଶ କ୍ଷେତ୍ରରେ ତାଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ l
ରାଜ୍ୟ ବିଜେପି ସଭାପତି ଭାବେ ଓଡ଼ିଶାରେ ଭାରତୀୟ ଜନତାପାର୍ଟି କୁ ସୁଦୃଢ କରି ଆଗେଇ ନେବାରେ ତାଙ୍କର ଅବଦାନ ସ୍ବର୍ଗତ ପ୍ରଧାନଙ୍କୁ ସବୁଦିନ ପାଇଁ ସ୍ମରଣୀୟ କରି ରଖିବ l
ବାଚସ୍ପତି କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି l