
ଭୁବନେଶ୍ୱର– ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ ଶୋକ ବାର୍ତାରେ ସେ ଲେଖିଛନ୍ତି ବରିଷ୍ଠ ବିଜେପି ସଦସ୍ୟ ଏବଂ ଅଟଳ ଜୀଙ୍କ ସରକାରରେ ମୋର ସହଯୋଗୀ ମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ଜୀଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦ।
ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କୁ ନିଜ ଚରଣରେ ସ୍ଥାନ ଦିଅନ୍ତୁ। ଏହି ଦୁଃଖର ସମୟରେ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।