
ଭୁବନେଶ୍ୱର – ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୋକ ପ୍ରକାଶ କରିଛନ୍ତି।
ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି , ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଲୋକପ୍ରିୟ ଜନନେତା ଶ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଓଡ଼ିଶାର ବିକାଶ ପାଇଁ ତାଙ୍କର ସେବା, ଲୋକଙ୍କ କଲ୍ୟାଣ ଓ ସଂକଳ୍ପ ମନୋଭାବ ସର୍ବଦା ସ୍ମରଣୀୟ ରହିବ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ସୁପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସମସ୍ତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି ।