
ଭୁବନେଶ୍ୱର– ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦୁଝରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏବଂ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ ।
୧୯ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଯାଜପୁର, ଜଗତସିଂହପୁର, କଟକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏବଂ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ ।
୨୦ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢ଼େଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ଏବଂ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏବଂ ଅନ୍ୟାନ୍ୟ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ । କୋହଲା ପବନ ସାଙ୍ଗକୁ ବଜ୍ରପାତ ଓ କୁଆପଥର ବୃଷ୍ଟି ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦୁଝରଗଡ଼, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପାଗ ଏପରି ରହିପାରେ । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ସେହିପରି ସୁନ୍ଦରଗଡ଼, ଯାଜପୁର, ଢ଼େଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ ଏବଂ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ହୋଇପାରେ । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଥଣ୍ଡା ପାଗ ଅନୁଭୂତ ହୋଇପାରେ । ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ଏବଂ ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏବଂ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ । କୋହଲା ପବନ ସାଙ୍ଗକୁ ବଜ୍ରପାତ ଓ କୁଆପଥର ବୃଷ୍ଟି ନେଇ ମୟୂରଭଞ୍ଜ, କେନ୍ଦୁଝରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପାଗ ଏପରି ରହିପାରେ । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ହୋଇପାରେ । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ସେହିପରି ୨୨ ତାରିଖରେ ରାଜ୍ୟର ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଥଣ୍ଡା ପାଗ ଅନୁଭୂତ ହୋଇପାରେ । କୋହଲା ପବନ ସାଙ୍ଗକୁ ବଜ୍ରପାତ ଓ କୁଆପଥର ବୃଷ୍ଟି ନେଇ ମୟୂରଭଞ୍ଜ, କେନ୍ଦୁଝରଗଡ଼, ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପାଗ ଏପରି ରହିପାରେ । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ହୋଇପାରେ । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।