
ଭୁବନେଶ୍ୱର– ରେକୁଳା ଗାଁ ନିକଟ ସଡକ ଦୁର୍ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଢେଙ୍କନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ରେକୁଳା ଗାଁ ନିକଟରେ ସଡ଼କ ଦୁର୍ଘଟଣା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି। ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।