
ଭୁବନେଶ୍ୱର-ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଶବରୀ ସାଂସ୍କୃତିକ ସଂସଦ, ଭୁବନେଶ୍ୱରଙ୍କ ମିଳିତ ସହଯୋଗରେ ଭୁବନେଶ୍ୱରସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡିଆଠାରେ ଏବଂ କଳିଙ୍ଗ ହସ୍ପିଟାଲ ଛକସ୍ଥିତ ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, କୋଟପାଡ଼ ବିଧାୟକ ଶ୍ରୀ ରୁପୁ ଭତ୍ରା, ପୂର୍ବତନ ବିଧାୟକ ଶ୍ରୀ ଅରବିନ୍ଦ ଢ଼ାଲି, ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ ବେହେରା, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଶହୀଦଙ୍କ ସ୍ମୃତି ଚାରଣ କରିଥିଲେ ।
ଏହି ଅବସରରେ ଭୁବନେଶ୍ୱରସ୍ଥିତ ଶବରୀ ସାଂସ୍କୃତିକ ସଂସଦର କର୍ମକର୍ତ୍ତା, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।