
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶହୀଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ ଜନଜାତି ନାୟକ ଶହୀଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ଅବସରରେ ପୁଣ୍ୟାତ୍ମାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ତାଙ୍କ ତ୍ୟାଗ, ବଳିଦାନ ଓ ଦେଶପ୍ରେମ ପାଇଁ ସେ ଆମ ମନରେ ଅମର ହୋଇ ରହିଥିବେ ।