
ଗଞାମ– ଗଂଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଶିକୁଳା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ପୂର୍ବ ଶତୃତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକର ମୃତ୍ୟୁ ଘଟିଛି । ଯୁବକ ସୁମନ୍ତ ମହାପାତ୍ରଙ୍କ ଉପରେ କିଛି ବ୍ଯକ୍ତି ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୁରୁଷୋତ୍ତମପୁର ଥାନା ପୁଲିସ ଘଟଣାର ତଦନ୍ତ କରୁଛି ।