
ଭୁବନେଶ୍ୱର– ଆଜି ଠାରୁ ଅପ୍ରେଲ ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ । ୨ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ପାଗ ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ପାଗ ଅନୁଭୂତ ହୋଇପାରେ ।
ସେହିପରି ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।