
ଭୁବନେଶ୍ୱର– ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ମନ୍ କୀ ବାତ ଶୁଣିଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମ ଠାରେ ଉପସ୍ଥିତ ଜନସାଧାରଣଙ୍କ ସହ ମିଶି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୨୦ ତମ ସଂସ୍କରଣ ଶୁଣିଛନ୍ତି ମନ୍ତ୍ରୀ ।
ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା, ସ୍ୱାସ୍ଥ୍ୟ, ସଂସ୍କୃତି, ସଚେତନତା ଏବଂ ସାମାଜିକ ପରିବର୍ତ୍ତନକୁ ନେଇ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି।