
-
ଓଡ଼ିଆ ସଂସ୍କୃତିର ସରକ୍ଷଣ ପାଇଁ ୧୪ ଦିନ ଧରି ପାଳିତ ହେବ ‘ଓଡ଼ିଆ ପକ୍ଷ’
ଭୁବନେଶ୍ବର: ଓଡ଼ିଶା ସରକାର ଏବର୍ଷ ପ୍ରଥମ ଥର ପାଇଁ ଓଡ଼ିଆ ପକ୍ଷ ପାଳନ କରିବାକୁ ନିଷ୍ପତ୍ତି ନିଆଇଛି। ଏହି ପକ୍ଷ ଏପ୍ରିଲ ୧ରୁ ଆରମ୍ଭ ହୋଇ ୧୪ ଏପ୍ରିଲ ପର୍ଯ୍ୟନ୍ତ ପାଳିତ ହେବ। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସମ୍ବୋଧନ କରି ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀମହୋଦୟ କହିଛନ୍ତି ଯେ ଓଡ଼ିଶାର ଭାଷା, ସାହିତ୍ୟ, କଳା, ସଂସ୍କୃତି, ଇତିହାସ, ଐତିହ୍ୟ, ନୃତ୍ୟ, ସଂଗୀତ ଓ ପରମ୍ପରା ସମୃଦ୍ଧ ଏବଂ ଏହାକୁ ନେଇ ରାଜ୍ୟବାସୀ ଗର୍ବ ଅନୁଭବ କରନ୍ତି। ସେ କହିଲେ, “ଆମ ଏହି ସଂସ୍କୃତିକ ଐତିହ୍ୟକୁ ସରକ୍ଷଣ କରିବା ସହ ବିଶ୍ୱ ପରିସରରେ ଆମର କଳା, ସାହିତ୍ୟ ଓ ସଂସ୍କୃତିକୁ ପ୍ରଚାର କରିବା ଆମ କର୍ତ୍ତବ୍ୟ।”
ଦୀର୍ଘ ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିପାଇଁ ରାଜ୍ୟ ଓ ଜିଲ୍ଲା ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ରୂପାରେ ଓଡ଼ିଆ ସଂସ୍କୃତିକୁ ଆମ୍ବେଦନ କରାଯିବ। ସରକାରଙ୍କ ଏହି ପଦକ୍ଷେପରୁ ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ବିଶେଷ ଉତ୍ସାହ ଓ ପ୍ରୋତ୍ସାହନ ମିଳିବ ବୋଲି ଆଶା କରାଯାଉଛି।
ଏପ୍ରିଲ ୧
ସ୍ଵତନ୍ତ୍ର ଭାଷା ଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନ ଉପଲକ୍ଷେ ରାଜ୍ୟ, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ଓଡ଼ିଶା ଦିବସ ପାଳନ କରାଯିବ। ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ପାଳନ କରାଯିବ।
ଏପ୍ରିଲ ୨
ରାଜ୍ୟର ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକାରେ ନାମ ଲେଖାଯିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୁଲ୍ୟରେ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳନ କରାଯିବ ।
ଏପ୍ରିଲ ୩
ପାରମ୍ପରିକ ଓଡ଼ିଆ ପୋଷାକ ତଥା ଓଡ଼ିଶାର ହସ୍ତତନ୍ତ, ବୟନ ଶିଳ୍ପର ପ୍ରଚାର-ପ୍ରସାର ପାଇଁ ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ପାରମ୍ପରିକ ପୋଷାକ ପରିଧାନ- “ଆମ ପୋଷାକ ଆମ ପରିଚୟ” ଦିବସ ପାଳନ କରାଯିବ।
ଏପ୍ରିଲ ୪
ରାଜ୍ୟର ବିଭିନ୍ନ ଦୋକାନ ବଜାରରେ ଓଡ଼ିଆ ନାମ ଫଳକର ବ୍ୟବହାର ପାଇଁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ “ଓଡ଼ିଆରେ ନାମ ଫଳକ ଅଭିଯାନ – ସଚେତନତା ପଦଯାତ୍ରା” ର ଆୟୋଜନ କରାଯିବ।
ଏପ୍ରିଲ ୫
କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ।
ଏପ୍ରିଲ ୬
ଓଡ଼ିଶାରେ ଥିବା ଦେବାଳୟ ଓ ଐତିହ୍ୟ ସ୍ଥଳୀଗୁଡ଼ିକୁ ସର୍ବଦା ସ୍ୱଚ୍ଛ ରଖିବା ପାଇଁ ସ୍ୱଚ୍ଛତା ଅଭିଯାନର ଆୟୋଜନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓ ଗୃହ ଓ ନଗର ଉନ୍ନୟନ ବିଭାଗର ମିଳିତ ଆନୁକୂଲ୍ୟରେ ଏହାର ଆୟୋଜନ କରାଯିବ।
ଏପ୍ରିଲ ୭
ଓଡ଼ିଆ ଭାଷାର ପ୍ରାରମ୍ଭିକ ପରିଚୟ ପ୍ରଦାନ କରୁଥିବା ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ “ବର୍ଣ୍ଣବୋଧ” ନିମନ୍ତେ ଏହି ଦିନଟିକୁ ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ ଭାବେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହା ପାଳନ କରାଯିବ।
ଏପ୍ରିଲ ୮
ରେଡ଼କ୍ରସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଦିନଟିକୁ ରକ୍ତଦାନ ଅଭିଯାନ ଭାବରେ ପାଳନ କରାଯିବ।
ଏପ୍ରିଲ ୯
ଓଡ଼ିଆ ସାହିତ୍ୟ ଓ ପୁସ୍ତକ ପଠନକୁ ପ୍ରୋତ୍ସାହନ ଦେବା ପାଇଁ ଏହି ଦିନଟିକୁ “ଆସ ବହିଟିଏ କିଣିବା” ଅଭିଯାନ ଭାବରେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।
ଏପ୍ରିଲ ୧୦
ଓଡ଼ିଶାର ଲୋକକଳାକୁ ବିଶ୍ୱ ବିଦିତ କରିବା ପାଇଁ “ଲୋକକଳା ପାଇଁ ଦିନ ଟିଏ -ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା ଓ କଳାଗ୍ରାମ ପରିଦର୍ଶନ ଉତ୍ସବର ପାଳନ କରାଯିବ। ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।
ଏପ୍ରିଲ ୧୧
ଓଡ଼ିଶା ସାହିତ୍ୟ ଏକାଡେମୀ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏହି ଦିନରେ ଯୁବ ଲେଖକ ସମ୍ମିଳନୀର ଆୟୋଜନ କରାଯିବ।
ଏପ୍ରିଲ ୧୨
ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା କରାଯିବ।
ଏପ୍ରିଲ ୧୩
ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ଖାଦ୍ୟ ପରମ୍ପରାକୁ ପାଳନ କରିବା ପାଇଁ “ପାରମ୍ପାରିକ ଖାଦ୍ୟ ପାଳନ ଅଭିଯାନ- ଆମ ରୁଚି ଆମ ଖାଦ୍ୟ” ଉତ୍ସବ ପାଳନ କରାଯିବ। ପଞ୍ଚୟତି ରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ଆୟୋଜନ କରାଯିବ ।
ଏପ୍ରିଲ ୧୪
ଓଡ଼ିଆ ନବବର୍ଷକୁ ମହା ଆଡ଼ମ୍ବର ସହକାରେ ପାଳନ କରାଯିବ।