
-
୩ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା କେତେକ ଜିଲ୍ଲାରେ ଝଡ଼ ସାଙ୍ଗକୁ ବଜ୍ରପାତ, ପବନ ଓ କୁଆପଥର ଝଡ଼ ନେଇ ଚେତାବନୀ
ଭୁବନେଶ୍ୱର– ଆଜି ଠାରୁ ଆସନ୍ତା ୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି । ୩ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା କେତେକ ଜିଲ୍ଲାରେ ଝଡ଼ ସାଙ୍ଗକୁ ବଜ୍ରପାତ, ପବନ ଓ କୁଆପଥର ଝଡ଼ ନେଇ ଚେତାବନୀ ଜାରି ହୋଇଛି ।
ଆଜି ଠାରୁ ଆସନ୍ତାକାଲି ଅର୍ଥାତ୍ ୧ ତାରିଖ ସକାଳ ସୁଦ୍ଧା ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଅନୁଗୁଳ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । କୁଆପଥର ଝଡ଼ ନେଇ ୫ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । କୁଆପଥର ଝଡ଼ ନେଇ ୭ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।