
ଭୁବନେଶ୍ୱର– ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ସ୍ମୃତିଚାରଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ରାଜନୀତିଜ୍ଞ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜ୍ୟବାସୀଙ୍କ ଉନ୍ନତି ତଥା ଅର୍ଥନୈତିକ ପ୍ରଗତିରେ ତାଙ୍କ ଯୋଗଦାନ ସର୍ବଦା ସ୍ମରଣୀୟ।