
ଭୁବନ– ଭୁବନର ସର୍ବ ପୁରାତନ ବେସରକାରୀ ବିଦ୍ୟାଳୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୬ ତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା କମିଟି ସଭାପତି ହୃଷିକେଶ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କାମାକ୍ଷା ନଗର ବିଧାୟକ ଶତ୍ରୁଘ୍ନ ଜେନା ଯୋଗଦେଇ ଏହି ବିଦ୍ୟାଳୟରେ ଶିକ୍ଷାଦାନ ସହିତ ଆଧ୍ୟାତ୍ମିକ ଶିକ୍ଷା, ଯୋଗ ଶିକ୍ଷା, ଦେଶପ୍ରେମ ଶିକ୍ଷା ଓ ସଂସ୍କାର ଶିକ୍ଷା ଦିଆଯାଉଥିବାରୁ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ହିଁ ବାସ୍ତବରେ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ତହସିଲଦାର ସୂର୍ଯ୍ୟ ଶଙ୍କର ଦାଶ ଯୋଗଦେଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଦୀନବନ୍ଧୁ ବେହେରା ଅତିଥି ପରିଚୟ ପ୍ରଦାନ ଓ ବାର୍ଷିକ ବିବରଣୀ ପାଠ କରିଥିଲେ । ସମ୍ପାଦକ ବିଶ୍ଵ ଭୁଷଣ ବେହେରା ସ୍ୱାଗତ ଭାଷଣ ଦେଇଥିଲେ । ପୂର୍ବରୁ ଅନୁଷ୍ଠିତ ହୋଇଥିବା ମାତୃ ସମ୍ମିଳନୀରେ କୃତିତ୍ୱ ଅର୍ଜନ କରିଥିବା ମା ଏବଂ କୃତୀ ବିଦ୍ୟାର୍ଥୀ ମାନଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟ ର ପ୍ରଗତି ଓ ସମ୍ମାନ ବୃଦ୍ଧି କରୁଥିବା କେତେକ ମାନ୍ୟଗଣ୍ୟ ବ୍ୟକ୍ତି ଓ ପୁରାତନ ଛାତ୍ର ଛାତ୍ରୀ ଙ୍କୁ ପୁଷ୍ପଗୁଛ, ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବରିଷ୍ଠ ଶିକ୍ଷକ ରତିକାନ୍ତ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।
ବିଦ୍ୟାଳୟ ପରିଚାଳନା କମିଟିର ବରିଷ୍ଟ ସଦସ୍ୟ ବ୍ରହ୍ମାନନ୍ଦ ସାହୁ,ବେଣୁଧର ଗୁରୁ,ବାସୁଦେବ ସାହୁଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ମାନେ ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ କରିଥିଲେ ।