
କେନ୍ଦୁଝର- ଆଗାମୀ ଫେବୃୟାରୀ ମାସ ପାଇଁ ଜିଲ୍ଲାପାଳ ଓ ଏସ୍.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ପ୍ରକାଶ ପାଇଛି । ତା୦୩.୦୨.୨୦୨୦ ରିଖ ସୋମବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାରହଲ୍ ଠାରେ, ତା୧୦.୦୨.୨୦୨୦ ରିଖ ସୋମବାର ଦିନ ହାଟଡିହି ବ୍ଲକ୍ କାର୍ଯ୍ୟାଳୟଠାରେ, ତା୧୭.୦୨.୨୦୨୦ ରିଖ ସୋମବାର ଦିନ ସାହାରପଡ଼ା ବ୍ଲକ୍ କାର୍ଯ୍ୟାଳୟଠାରେ ଏବଂ ତା୨୪.୦୨.୨୦୨୦ ରିଖ ସୋମବାର ଦିନ ଚମ୍ପୁଆ ବ୍ଲକ୍ କାର୍ଯ୍ୟାଳୟଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁÂିତ ହେବ ବୋଲି ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । ଏହି ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସଂପର୍କରେ ବିହିତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଆଶିଷ ଠାକ୍ରେ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ଏତଦ୍ବ୍ୟତୀତ କାର୍ଯ୍ୟସୂଚୀ ଅନୁଯାୟୀ ଅଭିଯୋଗ ଶୁଣାଣୀ ସ୍ଥାନମାନଙ୍କରେ ଚିକିତ୍ସା, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଶ୍ରମ, ଉଠାଜଳସେଚନ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଯୋଗାଣ ବିଭାଗ, ସମାଜ ମଙ୍ଗଳ ବିଭାଗ, ସାମାଜିକ ସୁରକ୍ଷା ବିଭାଗ ତରଫରୁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିଦେ୍ର୍ଧଶ ଦେଇଛନ୍ତି ।