
ଭୁବନେଶ୍ୱର – ସ୍ୱାଧୀନତା ସଂଗ୍ରାମୀ, ବିପ୍ଲବୀ କବି, ସମ୍ଭକାର ରବିନ୍ଦ୍ର ନାଥ ସିଂଙ୍କ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ବ୍ୟକ୍ତ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ୱର୍ଗତଃ ସିଂ ଜଣେ ବିପ୍ଲବୀ କବି ଭାବେ ବେଶ ଜଣାଶୁଣା ଥିଲେ । ଓଡିଶା ସାହିତ୍ୟରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୧୭ରେ ତାଙ୍କୁ ଅତିବଡି ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହା ପୂର୍ବରୁ ଚରମପତ୍ର ପୁସ୍ତକ ପାଇଁ ତାଙ୍କୁ ଓଡିଆ ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ତାଙ୍କ ବିୟୋଗ ଓଡିଆ କବି ଜଗତର ଏକ ଅପୂରଣୀୟ କ୍ଷତି । ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।