
ଭୁବନେଶ୍ୱର– ଓଡ଼ିଆ ନୂଆବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ଓଡ଼ିଶା ତଥା ବିଶ୍ବର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ସଂସ୍କୃତି ଓ ପରମ୍ପରା ଉପରେ ଆଧାରିତ ଏହି ଦିବସରେ ଆସନ୍ତୁ, ଓଡ଼ିଶାର ଗୌରବକୁ ନୂଆ ଶିଖରରେ ପହଞ୍ଚାଇବା ସହିତ ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବା ।