
ସୁନ୍ଦରଗଡ଼– ଯାତ୍ରା ଦେଖି ଫେରିବା ବାଟରେ ଘଟିଲା ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ମରିଚିମୁଣ୍ଡା ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ସମ୍ପୃକ୍ତ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକ ମାନେ ବିର୍ତୁଲା ଗ୍ରାମର ବୋଲି ଜଣାପଡିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି । କିପରି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେନେଇ ଛାନଭିନ୍ କରୁଛି । ମୃତକ ମାନଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ।