
ଭୁବନେଶ୍ୱର– ଆସନ୍ତାକାଲି (ଗୁରୁବାର)ବିଜେଡି ସଭାପତି ପ୍ରାର୍ଥୀ ଭାବେ ନବୀନ ପଟ୍ଟନାୟକ ପ୍ରାର୍ଥୀପତ୍ର ଦାଖଲ କରିବେ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ଗତକାଲି ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ୱ ଦିଆଯାଇଛି।