
ଭୁବନେଶ୍ୱର- ସମ୍ବଲପୁରରେ ସଡ଼କ ଦୁର୍ଘଟଣାରେ ଜଣେ ନବମ ଶ୍ରେଣୀର ଛାତ୍ର ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାର ବର୍ଗଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।