
ଭୁବନେଶ୍ୱର– କାଳବୈଶାଖୀ ପ୍ରଭାବରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ସର୍ବାଧିକ ୯୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ୮୦.୦ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୭୪.୩ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୬୮.୦ ମି.ମି., ବାଲେଶ୍ୱର ଜିଲ୍ଲାର ରେମୁଣାରେ ୬୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୬୨.୬ ମି.ମି., ବାଲେଶ୍ୱର ଜିଲ୍ଲାର ନୀଳଗିରିରେ ୬୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶାମାଖୁଂଟାରେ ୬୦.୦ ମି.ମି., ବାଲେଶ୍ୱର ଜିଲ୍ଲାର ବାଲେଶ୍ୱରରେ ୫୮.୮ ମି.ମି., ଭଦ୍ରକ ଜିଲ୍ଲାର ବନ୍ତରେ ୫୨.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୫୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିରେ ୫୦.୦ ମି.ମି. ଏବଂ ଶୁଳିଆପଦାରେ ୪୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।