
ଭୁବନେଶ୍ୱର-ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ୍ ଜଣାଶୁଣା ଥିଲେ। ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ।
ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଁ ଶାନ୍ତି ।