
ଭୁବନେଶ୍ୱର, ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ। ସମାଜସେବା କ୍ଷେତ୍ରରେ ତାଙ୍କର ବହୁମୂଲ୍ୟ ଅବଦାନ ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛି।