
ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ସର୍ବଦା ସମାଜସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ । ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।