
ଭୁବନେଶ୍ୱର,ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି