
ଭୁବନେଶ୍ୱର– ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି।
ଦେଶର ସ୍ୱାଧୀନତା ସହ ଆଦିବାସୀ ବର୍ଗଙ୍କ କଲ୍ୟାଣ ଏବଂ ସୁସ୍ଥ ସମାଜ ଗଠନ ଦିଗରେ ତାଙ୍କ ଉତ୍ସର୍ଗୀକୃତ ଉଦ୍ୟମ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।