
ପୁରୀ– ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସନ୍ଧ୍ୟା ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଶ୍ରୀଜୀଉଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରେ ପଇତା ଲାଗି ଅନ୍ୟତମ । ଶ୍ରୀବିଗ୍ରହ ମାନଙ୍କ ଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ପଇତାଲାଗି କରାଯାଇଥାଏ । ଶ୍ରୀଜୀଉଙ୍କ ଏହା ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ, ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ପଇତା ଲାଗି ନୀତି ଆରମ୍ଭ ହେବ । ଦଇତାପତି ସେବକ ମାନେ ଏହି ନୀତି ସମାପନ କରିବେ ।