
ଭୁବନେଶ୍ୱର– ଗ୍ରୀଷ୍ମ ପ୍ରବାହ, ଗରମ ରାତି, ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ କେତେକ ଜିଲ୍ଲାକୁ ଅରେଞ୍ଜ ଓ ଆଉ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖରେ ଗ୍ରୀଷ୍ମ ପ୍ରବାହ, ଗରମ ଏବଂ ଗୁଳୁଗୁଳି ନେଇ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତା ୨୪ ଘଂଟା ମଧ୍ୟରେ ହିଟ୍ ୱେଭ୍ ନେଇ ୪ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗିରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୪ ଜିଲ୍ଲା ସୁନ୍ଦରଗଡ଼, ଅନୁଗୁଳ, ବରଗଡ଼, ସୋନପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗରମ ରାତି ନେଇ ସମ୍ବଲପୁର ଓ ବଲାଙ୍ଗିରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହିତ କେତେକ ଜିଲ୍ଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ।
ସେହିପରି ୨୬ ତାରିଖରେ ଗ୍ରୀଷ୍ମ ପ୍ରବାହ ନେଇ ୪ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହିତ କେତେକ ଜିଲ୍ଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।