
ଭୁବନେଶ୍ୱର– ଭବାନୀ ଶଙ୍କର ଭୋଇଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତଳସରାର ଲୋକପ୍ରିୟ ବିଧାୟକ ଶ୍ରୀ ଭବାନୀ ଶଙ୍କର ଭୋଇଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆପଣଙ୍କ ନେତୃତ୍ୱରେ ତଳସରା ନିର୍ବାଚନ ମଣ୍ଡଳୀ ତଥା ରାଜ୍ୟର ପ୍ରଗତି ଜାରି ରହୁ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।