
ଭୁବନେଶ୍ୱର– ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଆଧୁନିକ ଓଡ଼ିଶା ଗଠନ ସହ ରାଜ୍ୟର ପ୍ରଗତି, ଲୋକଙ୍କ କଲ୍ୟାଣ ଏବଂ ଶିକ୍ଷା ଓ ସାହିତ୍ୟ ମାଧ୍ୟମରେ ସମାଜର ଉନ୍ନତି ପାଇଁ ତାଙ୍କର ଅବଦାନ ସର୍ବଦା ପ୍ରେରଣାଦାୟୀ।