
-
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା, ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି; ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର– ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା, ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ । ଏହା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।
ସେହିପରି ୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କୁଆପଥର ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୧ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଏବଂ ଗଜପତି । ଏହା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।
୨୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା, ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମଇ ୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।